ଯାଜପୁର ପଞ୍ଚମ ଜିଲାପରିଷଦର ଅଷ୍ଟମ ସାଧାରଣ ବୈଠକ ଅନୁଷ୍ଠିତ

ଯାଜପୁର : ଯାଜପୁର ପଞ୍ଚମ ଜିଲାପରିଷଦର ଅଷ୍ଟମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲାପରିଷଦ ଅଧ୍ୟକ୍ଷ ନରେଶ ଚନ୍ଦ୍ର ମହାନ୍ତି ଏହାର ଅଧ୍ୟକ୍ଷତା କରିଥିଲେ । ଏହି ବୈଠକରେ ଯାଜପୁର ସାଂସଦ ସର୍ମିଷ୍ଠା ସେଠୀ, ଜିଲ୍ଲାପାଳ ରଞ୍ଜନ କୁମାର ଦାସ ପ୍ରମୁଖ ଯୋଗ ଦେଇ ଜିଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଏହି ବୈଠକରେ ବିଭିନ୍ନ ଜୋନର ଜିଲାପରିଷଦ ସଦସ୍ୟ ମାନେ ଯୋଗ ଦେଇ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ଗମନାଗମନ ଆଦି କ୍ଷେତ୍ରରେ ରହିଥିବା ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ । ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗ ଦେଇ ସଦସ୍ୟ ମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର  ଦେଇଥିଲେ । ଏହି ଅବସରରେ ଡିଆରଡିଏର ପ୍ରକଳ୍ପ ନିର୍ଦ୍ଧେଶକ ଇନ୍ଦ୍ରମଣି ନାୟକ ଉପସ୍ଥିତ ରହି ବିଭିନ୍ନ ଯୋଜନାକୁ ଶୀଘ୍ର କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ।

Comments are closed.