ଆସିଷ୍ଟାଣ୍ଟ କମିଶନରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ରବିବାର ଏକ ଅଭାନୀୟ ଘଟଣା ଘଟିଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଅବକାରୀ ବିଭାଗର ଆସିଷ୍ଟାଣ୍ଟ କମିଶନର ଅର୍ଜୁନ କୁମାର ଧଳଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ବରମୁଣ୍ଡାସ୍ଥିତ ବାସଭବନରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଆସନ୍ତା ୬ ମାସ ପରେ ସେ ଚାକିରିରୁ ଅବସର ନେଇଥାଆନ୍ତେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.