ବସ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ

ଅନୁଗୁଳ : ଅନୁଗୁଳ ଜିଲା ୧୪୯ ଜାତୀୟ ରାଜପଥ ଭୀମକାଣ୍ଡ ଛକରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଛି। ଭୀମକାଣ୍ଡ ଛକରେ ବସ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସ୍କୁଟିରେ ଯାଉଥିବା ୨ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

Comments are closed.