୨ ଅପରାଧୀ ଗୋଷ୍ଠୀ ମଧ୍ୟରେ ଗୁଳିବିନିମୟ, ଜଣେ ଗୁରୁତର

ଜଗତସିଂହପୁର: ଜଗତସିଂହପୁର ଜିଲା ବାଲିକୁଦାର ଅଲାଭର ଗାଁରେ ଦୁଇ ଅପରାଧୀ ଗୋଷ୍ଠୀ ମଧ୍ୟରେ ଶୁକ୍ରବାର ରାତିରେ ଗୁଳିବିନିମୟ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିକାଣ୍ଡ ଘଟିଥିବା ବେଳେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକଙ୍କୁ ପ୍ରଥମେ ଜଗତସିଂହପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ବାଲିକୁଦା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଉକ୍ତ ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।

Comments are closed.