ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର

ଭଦ୍ରକ : ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗାଁରେ ରବିବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପ୍ରାୟ ୪ ବଖରା ଘର ,ବହୁ ମୂଲ୍ୟବାନ ଆସବାବପତ୍ର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ ହୋଇ ଯାଇଛି। ଖବର ପାଇ ଧାମନଗର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଅଗ୍ନିକାଣ୍ଡର କାରଣ ଏଯାବତ ଅସ୍ପଷ୍ଟ ରହିଛି।

Comments are closed.