ଦୁଇ ବାଇକ ମୁହାଁମୁହିଁ ଧକ୍କା : ଜଣେ ମୃତ

ଦେବଗଡ଼ : ଦେବଗଡ଼ ଜିଲା ଜାତୀୟ ରାଜପଥ ୨୦୦ ରିଆମାଳ ଥାନା ଅନ୍ତର୍ଗତ ଛତାବର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ସୋମବାର ଜଣାପଡ଼ିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଦୁର୍ଘଟଣାରେ ମୃତକ କିମ୍ବା ଗୁରୁତରଙ୍କ ପରିଚୟ ଏଯାବତ ମିଳିପାରି ନାହିଁ।