ଘର ଭିତରୁ ୨ଟି ମୃତଦେହ ଉଦ୍ଧାର

କେନ୍ଦୁଝର : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ନୂଆବନ୍ଧ ଗାଁରେ ସୋମବାର ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ଏକ ବନ୍ଦ ଘର ଭିତରୁ ୨ଟି ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ବୋଲି ଜଣାପଡ଼ିଛି। ଶୋଇଥିବା ଅବସ୍ଥାରେ ସେମାନଙ୍କ ମୃତଦେହ ଉଦ୍ଧାର ହୋଇଥିବା ସହ ସେମାନଙ୍କ ମୃତ୍ୟୁର କାରଣ ଏଯାବତ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

Comments are closed.