ମୁହାଁମୁହିଁ ଧକ୍କା ହେଲା ଟ୍ରକ; ୨ ମୃତ

ବୌଦ୍ଧ : ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥର ଗୁଦୁଗୁଦା ଛକ ନିକଟରେ ଏକ ପରିବା ଓ ଥଣ୍ଡା ପାନୀୟ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଟ୍ରକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଉଭୟ ଟ୍ରକର ହେଲପର ଗୁରୁତର ହୋଇଛନ୍ତି। ସ୍ଥାନୀୟଲୋକେ ଆହତଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ସୂଚନା ଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ବରଗଡ଼ରୁ ଆସୁଥିବା ପରିବା ବୋଝେଇ ଟ୍ରକ ସହ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.