ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୩ ଗୁରୁତର 

ଗଞ୍ଜାମ : ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଧମରପୁର ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତକଙ୍କ ପରିଚୟ ଏଯାବତ ମିଳିପାରି ନାହିଁ।

Comments are closed.