ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ଶରତ ଥାନା ଅନ୍ତର୍ଗତ ରୁଗୁଡ଼ି ଗାଁରେ ଏକ ଘର ଭିତରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ଘରୋଇ କଳିରୁ ଗତ ସୋମବାର ଉକ୍ତ ମହିଳାଙ୍କ ସ୍ୱାମୀ ତାଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ଶ୍ୱଶୁର, ଶାଶୁଙ୍କୁ ପୁଲିସ ଅଟକ ରଖି ପଚରାଉଚରା ଜାରି ରଖିବା ସହ ତଦନ୍ତ ଆରମ୍ଭ କରିଛି। ମହିଳାଙ୍କ ସ୍ୱାମୀ ଫେରାର ଥିବା ନେଇ ସୂଚନା ମିଳିଛି।