ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପ୍ରହ୍ଲାଦ ସିଂହ ପଟେଲ , ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଉପସ୍ଥିତ ରହିଥିଲେ। ଶାହ ପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ ପ୍ରାୟ ୧୫ ମିନିଟରୁ ଅଧିକ ସମୟ ମନ୍ଦିରର ପରିସରରେ ଭ୍ରମଣ କରିଥିଲେ। ପ୍ରାୟ ୧୧ଟା ସମୟରେ ଶାହ ଲିଙ୍ଗରାଜ ମନ୍ଦିରରେ ପହଞ୍ଚି ପ୍ରଭୁଙ୍କୁ ଦର୍ଶନ କରିବାକୁ ସ୍ୱତନ୍ତ୍ର ସେବାୟତଙ୍କ ସହ ଭିତରକୁ ଯାଇଥିଲେ। ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।

Comments are closed.