ଟ୍ରକ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ନୂଆପଡ଼ା : ନୂଆପଡ଼ା ଜିଲା କୋମନା ଥାନା ଅନ୍ତର୍ଗତ ଘୋଟେଶ୍ୱର ଗାଁ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକରେ ଯାଉଥିବା ଏକ ଦମ୍ପତିଙ୍କୁ ଟ୍ରକ ପଛ ପଟୁ ଧକ୍କା ଦେବାରୁ ସ୍ୱାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କୋମନା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମୃତାହତଙ୍କ ଘର ବଲାଙ୍ଗୀର ଜିଲା କୁଇମୁଣ୍ଡା ଅଞ୍ଚଳର ବୋଲି ଜଣାପଡ଼ିଛି। ଉଭୟ ବାଇକରେ ଯାଉଥିବା ବେଳେ ତାଙ୍କୁ ଏକ ମାଲ ବୋଝେଇ ଟ୍ରକ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦମ୍ପତିଙ୍କ ମଧ୍ୟରୁ ସ୍ୱାମୀଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ନେଇ ସୂଚନା ମିଳିଛି।

Comments are closed.