ଏପ୍ରିଲ ୨୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏପ୍ରିଲ ୨୬ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବାଲେଶ୍ୱରର ନିର୍ବାଚନୀ ସଭାରେ ତାଙ୍କର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ଜଗତସିଂହପୁରରେ ଆୟୋଜିତ ଏକ ସଭାରେ ସେ ଯୋଗ ଦେଇପାରନ୍ତି। ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି। ରାହୁଲ ଦଳୀୟ ସମାବେଶରେ କର୍ମୀ ଓ ନେତାଙ୍କୁ ସମ୍ବୋଧନ କରିବା ସହ ବିଭିନ୍ନ ବର୍ଗର ଲୋକଙ୍କୁ ସାକ୍ଷାତ କରିବାର ଯୋଜନା ମଧ୍ୟ ରହିଛି।

 

 

 

Comments are closed.