ଦିନକରେ ଦେଶରେ ନୂଆ ସଂକ୍ରମିତ ୩ ଲକ୍ଷ ୬୦ ହଜାର ୯୬୦; ମୃତ ୩,୨୯୩

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଇବା ସହ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୬୦ ହଜାର ୯୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୯୭,୨୬୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୨୯୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୧ ହଜାର ୧୮୭ରେ ପହଞ୍ଚିଛି। ଦିନକରେ ୨,୬୧,୧୬୨ ଆକ୍ରାନ୍ତ ସୁସ୍ଥ ହୋଇ ଥିବା ବେଳେ ମୋଟ ୧,୪୮,୧୭,୩୭୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୯,୭୮,୭୦୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.