ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା ; ଚିହ୍ନଟ ଆକ୍ରାନ୍ତ ୪୯,୮୮୧ , ୮୦ଲକ୍ଷ ଟପିଲା ମୋଟ ପଜିଟିଭ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୯,୮୮୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ୫୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତକଙ୍କ ସଂଖ୍ୟା ୧ଲକ୍ଷ ୨୦ ହଜାର ୫୨୭ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୪୦ ହଜାର ୨୦୩କୁ ବୃଦ୍ଧି ପାଇଛି। ୬,୦୩,୬୮୭ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୩,୧୫,୯୮୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.