କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨୨ ମାମଲା, ୩୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୨ ଟି ମାମଲା ଦାୟର କରାଯାଇଛି। ଏହି ସମସ୍ତ ମାମଲା ଲକ୍‌ ଡାଉନ୍‌ ସଂପର୍କିତ ଅଟେ । ୩୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୫୮,୧୨୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୫,୩୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୬,୭୯୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୮୬୪। ୧୪୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୮,୪୨୨ ରହିଛି। ୯,୨୮୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.