ରାତି ୧୦ଟା – ମୁଖ୍ୟ ଖବର

– ଆଜି ରାଜ୍ୟରେ ୧୯୪୮ କରୋନା ପଜିଟିଭ ଚିହ୍ନଟ, ୬୭ ମୃତ ଓ ୨୨୧୦ ସୁସ୍ଥ
– ବ୍ରହ୍ମପୁର ଗୋପାଳପୁର ଥାନା ବିକ୍ରମପୁର ଗାଁରେ ପାଇଖାନା ଟାଙ୍କି ସେଟ୍ରିଂ ଖୋଲୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ
– ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି, ଗୁରୁବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
– ପାଣିପାଗ ବିଭାଗର ସତର୍କ ସୂଚନା: ୨୩ ଜିଲ୍ଲାରେ ପ୍ରବଳ ବର୍ଷା, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
– ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଗଞ୍ଜାମ, ଦେବଗଡ଼, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି ଏବଂ କୋରାପୁଟ
– କର୍ଣ୍ଣାଟକ ରାଜନୀତି ସରଗରମ, ଦଳୀୟ କନ୍ଦଳକୁ ପ୍ରଶମିତ କରିବା ପାଇଁ ଇସ୍ତଫା ଦେଇପାରନ୍ତି ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା
– ପେଗାସସ୍ ଫୋନ୍ ହ୍ୟାକିଂ ଘଟଣାକୁ ନେଇ ରାଜ୍ୟସଭାରେ ହଟ୍ଟଗୋଳ, କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ହାତରୁ ସୂଚନା ସମ୍ବଳିତ ନଥି ଛାଡ଼ି ନେଇ ଚିରିଦେଲେ ତୃଣମୂଳ ସାଂସଦ
– ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଘଟଣାସ୍ଥଳ ପରିଦର୍ଶନ ପରେ କହିଲେ ଡିଆଇଜି, ସୌମ୍ୟରଞ୍ଜନଙ୍କ ସରକାରୀ ବାସଭବନରେ ଘଟଣା ଘଟିଥିବା ଜଣାପଡୁଛି
– ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ହେଲେ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି

Comments are closed.