ରାତି ୮ଟା ମୁଖ୍ୟ ଖବର

ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ

-ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ, ତାଙ୍କ ପରିବାରକୁ

ଜଣାଇଲେ ସମବେଦନା

-ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କର ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ

-ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କର ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଶୋକ 

-ରଘୁନାଥ ମହାପାତ୍ରଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

-ରଘୁନାଥ ମହାପାତ୍ରଙ୍କର ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

-ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

-କିସ୍‍ ବିଶ୍ୱବିଦ୍ୟାଳୟର ନୂଆ କୁଳାଧିପତି ସତ୍ୟ ସୁନ୍ଦର ତ୍ରିପାଠୀ, କୁଳପତି ଦୀପକ ବେହେରା

-ଟିକାକରଣ ଅଭିଯାନ : ଟିକା ନେଲେଣି ୧୬.୨୪ କୋଟି

-କୋଭିଡ-୧୯ ମହାମାରୀ ମୁକାବିଲା ନିମନ୍ତେ ଦେଶର ୨୫ ରାଜ୍ୟର ପଞ୍ଚାୟତ ପାଇଁ ଅର୍ଥ ମନ୍ତ୍ରଣାଳୟର ୮୯୨୩.୮ କୋଟି ଟଙ୍କା ମଞ୍ଜୁର

-୨୦୨୨ ମାର୍ଚ୍ଚ ସୁଦ୍ଧା ଦେଶରେ ୩୬ କୋଟି ଭାରତୀୟଙ୍କୁ ସ୍ପୁଟନିକ-ଭି ଟିକା ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି, ଏହି ସମୟ ମଧ୍ୟରେ ଭାରତ ରୁଷଠାରୁ ୩୬୧ ନିୟୁତ ଟିକା ଆମଦାନୀ କରିବ 

-ଓଡ଼ିଶା ପାଇଁ ୩୩୩.୮ କୋଟି ଟଙ୍କାର ସହାୟତା ମଞ୍ଜୁର କଲା କେନ୍ଦ୍ର

-ହିମନ୍ତ ବିଶ୍ଵଶର୍ମା ହେବେ ଆସାମ ମୁଖ୍ୟମନ୍ତ୍ରୀ, ବିଜେପି ବିଧାୟକ ଦଳ ନେତା ନିର୍ବାଚିତ

-ଇସ୍ତଫା ଦେଲେ  ଆସାମର ବିଦାୟୀ ମୁଖ୍ୟମନ୍ତ୍ରୀ ସବାନନ୍ଦ ସୋନୱାଲ, ସେ ତାଙ୍କ ଇସ୍ତଫା ପତ୍ର ରାଜପାଳ ଜଗଦୀଶ ମୁଖୀଙ୍କୁ ପ୍ରଦାନ କରିଛନ୍ତି

-ଭାରତୀୟ ସେନାରେ ପ୍ରଥମ ବ୍ୟାଚ୍‍ ମହିଳା ସାମରିକ ପୁଲିସ ଦଳ ସାମିଲ ହୋଇଛନ୍ତି, ଏହି ଦଳରେ ମୋଟ ୮୩ ମହିଳା ସୈନିକ ରହିଛନ୍ତି

-ବେଙ୍ଗାଲୁରୁସ୍ଥିତ କର୍ପସ ଅଫ ମିଲିଟାରୀ ପୁଲିସ ସେଣ୍ଟର ଆଣ୍ଡ ସ୍କୁଲ (ସିଏମପି ସି ଆଣ୍ଡ ଏସ)ର ଦ୍ରୋଣାଚାର୍ଯ୍ୟ ପରେଡ ଗ୍ରାଉଣ୍ଡଠାରେ ଏହି ମହିଳା ସାମରିକ ପୁଲିସ ବାହିନୀ ଆନୁଷ୍ଠାନିକ ଭାବରେ ସାମିଲ ହୋଇଛି

-ସଂଘ ଲୋକ ସେବା ଆୟୋଗ (ୟୁପିଏସସି) ଦ୍ବାରା ଆୟୋଜିତ ପ୍ରାରମ୍ଭିକ ପରୀକ୍ଷାଗୁଡ଼ିକର ପ୍ରସ୍ତୁତି କରୁଥିବା ପ୍ରାର୍ଥୀମାନଙ୍କ ଲାଗି ଅଶ୍ଵସ୍ତିକର ଖବର

-କରୋନା ମହାମାରୀ ଯୋଗୁ ନାଗରିକ ସେବା ପ୍ରାରମ୍ଭିକ ପରୀକ୍ଷାରେ ନିଜର ଅନ୍ତିମ ସୁଯୋଗ ହରାଇ ସାରିଥିବା ପ୍ରାର୍ଥୀମାନଙ୍କୁ ଦିଆଯିବ ଆଉ ଏକ ସୁଯୋଗ,ଏ ନେଇ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନ୍ୟାୟାଳୟରେ ସତ୍ୟପାଠ ଦାଖଲ କରାଯାଇ ଅବଗତ କରାଯାଇଛି।

-କରୋନା ଚିକିତ୍ସା ପାଇଁ ଦରକାର ପଡ଼ୁଥିବା ଅମ୍ଳଜାନ, ଔଷଧ ଏବଂ ଅନ୍ୟାନ୍ୟ ଚିକିତ୍ସା ଉପକରଣ ଉପରୁ ଜିଏସଟି ସମେତ  ସମସ୍ତ ପ୍ରକାର ଶୁଳ୍କ ଛାଡ଼ କରିବାକୁ ଦାବି କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଏ ନେଇ ସେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି

-ଦିଲ୍ଲୀରେ ଆଉ ଗୋଟଏ ସପ୍ତାହ ବଡ଼ିଲା ତାଲାବନ୍ଦ, ଆସନ୍ତା ସୋମବାର ସକାଳ ୫ଟା ଯାଏ ତାଲାବନ୍ଦ ଅବଧି ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

-ଉତ୍ତରପ୍ରଦେଶରେ ଗତ ୨ ଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ପାଇଛି,ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମେ ୧୭ ଯାଏଁ ତାଲାବନ୍ଦ ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି

-ଅଲୀଗଡ଼ ମୁସଲିମ ବିଶ୍ଵବିଦ୍ୟାଳୟ (ଏଏମୟୁ)ରେ କରୋନା ମହାମାରୀର ପ୍ରଭାବ,ଦୁଇ ସପ୍ତାହ ମଧ୍ୟରେ ବିଶ୍ଵବିଦ୍ୟାଳୟର ୧୫ ପ୍ରଫେସର କରୋନା ଭୂତାଣୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି,ଏହାକୁ ନେଇ ବିଶ୍ଵବିଦ୍ୟାଳୟରେ ଶୋକର ବାତାବରଣ ଖେଳିଯାଇଛି

-ଦେଶରେ ଦୈନିକ ସଂକ୍ରମଣ ଲଗାତାର ୪ ଲକ୍ଷ ଅତିକ୍ରମ କରୁଛି,ଗତ ୨୪ ଘଣ୍ଟାରେ ୪,୦୩,୭୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଏହାକୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୨,୨୨,୯୬,୪୧୪କୁ ବୃଦ୍ଧି ପାଇଛି, ଚିକିତ୍ସାଧୀନ ଅବସ୍ଥାରେ ୪,୦୯୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୪୨,୩୬୨ରେ ପହଞ୍ଚିଛି

-ଭାରତରେ କରୋନାର ଭୟଙ୍କର ସ୍ଥିତି ଆହୁରି ବାକି ରହିଛି ବୋଲି ଜାତିସଂଘ ସଂସ୍ଥା ‘ୟୁନିସେଫ୍‌ ଚେତାବନୀ ଦେଇଛି -ୟୁନିସେଫ୍‌ର କାର୍ଯ୍ୟକାରୀ ନିର୍ଦେଶକ ହେନରିଟ୍ଟା ଏଚ୍‌ ଫୋର କହିଛନ୍ତି ଯେ ଭାରତରେ କରୋନା ସଂକ୍ରମଣ ଯେଉଁପରି ଭାବେ କାୟା ବିସ୍ତାର କରୁଛି ତାହା ଆଗାମୀ ଦିନରେ ଆହୁରି ଭୟଙ୍କର ରୂପ ନେଇପାରେ,ଏହା ସମଗ୍ର ବିଶ୍ବ ପାଇଁ ସତର୍କ ଘଣ୍ଟି

-ଭାରତ କୋଭିଡ-୧୯ ସଂକ୍ରମଣର ମୁକାବିଲା କରିବା କ୍ଷେତ୍ରରେ ପ୍ରାରମ୍ଭିକ ଅବସ୍ଥାରେ ପାଇଥିବା ସଫଳତାକୁ ନଷ୍ଟ କରିଦେଲା -ସଂପ୍ରତି ଭାରତରେ ଜାତୀୟ ସ୍ତରରେ ଯେଉଁଭଳି ବିପର୍ଯ୍ୟୟ ସୃଷ୍ଟି ହୋଇଛି ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ଦାୟୀ ବୋଲି ଅନ୍ତର୍ଜାତିକ ଚିକିତ୍ସା ପତ୍ରିକା ‘ଦି ଲାନ୍ସେଟ’ର ସଂପାଦକୀୟରେ କୁହାଯାଇଛି

-ଗତ ସପ୍ତାହରେ ଚୀନ ଉତ୍‌କ୍ଷେପଣ କରିଥିବା ସବୁଠୁ ବଡ଼ ରକେଟ୍‌ ହିନ୍ଦ ମହାସାଗରରେ ଖସିଛି। ଫଳରେ ପୃଥିବୀ ଆଡ଼କୁ ମହାକାଶରୁ ଯେଉଁ ବିପଦ ଆସୁଥିଲା ତାହା ଟଳିଯାଇଛି

-ରକେଟ୍‌ ବାୟୁମଣ୍ଡଳରେ ପ୍ରବେଶ କରିବା ପରେ ତାହାର ଏକ ବଡ଼ ଅଂଶକୁ ନଷ୍ଟ କରି ଦିଆଯାଇଥିଲା ଏବଂ ତାହାର ଅବଶେଷ ହିନ୍ଦ୍‌ ମହାସାଗରରେ ଖସିଥିଲା

-ବାଲେଶ୍ଵର ଜିଲ୍ଲା  ନୀଳଗିରି ଥାନା ଅଞ୍ଚଳରେ ଟ୍ରାକ୍ଟର ଧକ୍କାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି, ଏଥିରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ଚାଳକ ରଜକ ଖାଁ ଆହତ ହୋଇ ନୀଳଗିରି ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

– କରୋନା କାଳରେ ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା 

-ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ପ୍ରତିଷ୍ଠା କରିବା ପାଇଁ ମହାନଦୀ କୋଲ ଫିଲ୍ଡ(ଏମସିଏଲ୍‍) ବୋର୍ଡ ଅନୁମୋଦନ ଦେଇଛି, ଏଥିଲାଗି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ତୈଳ ଓ ପ୍ରାକୃତିକ ବାସ୍ପ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି

-ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ହଜାର ୬୩୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୬୪ ଜଣ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧିପାଇଛି

-ରାଜ୍ୟରେ ଗୋଟିଏ ଦିନରେ ରାଜ୍ୟରେ ୧୯ କରୋନା ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ସେମାନେ ସମସ୍ତେ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ।

-ବିଜେପିର ପୂର୍ବତନ ରାଜ୍ୟ ଉପସଭାପତି ତଥା ବରିଷ୍ଠ ନେତା ବୃନ୍ଦାବନ କଳସଙ୍କ ୮୫ ବର୍ଷ ବୟସରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ, ରାଜ୍ୟ ବିଜେପିର ଶୋକ  

-ଦିନକ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ପ୍ରାୟ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଶନିବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ କାରଣରୁ ସର୍ବାଧିକ ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି।

RELATED POSTS

Comments are closed.