ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ବର : ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ ଅର୍ଜନ କରିଥିଲେ । ଅଦ୍ଧଶତାବ୍ଦୀରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ। । ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି।

Comments are closed.