୩ ଦିନ ଯାଏଁ ଲଗାଣ ବର୍ଷା : ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ତିନି ଦିନ ଯାଏଁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିବ। ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୪ତାରିଖ ଅର୍ଥାତ ଆସନ୍ତାକାଲି (ଗୁରୁବାର)ରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୫ ତାରିଖ (ଶୁକ୍ରବାର)ରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡରେ ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.