ନବରଙ୍ଗପୁର ଜିଲ୍ଲାରୁ ଉଠିଲା ରାତ୍ରିକାଳୀନ କର୍ଫ୍ୟୁ

ନବରଙ୍ଗପୁର :  ନବରଙ୍ଗପୁର ଜିଲ୍ଲାରେ ଜାରି ହୋଇଥିବା ରାତ୍ରିକାଳୀନ କର୍ଫ୍ୟୁକୁ ପ୍ରତ୍ୟାହାର କରି ନିଆଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ଜାରି କରାଯାଇଛି। ଗତ ୨୫ ତାରିଖରୁ ଜିଲ୍ଲାରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାତ୍ରିକାଳୀନ କର୍ଫ୍ୟୁ ଜାରି କରାଯାଇଥିଲା। ସେଠାରେ ରାତ୍ରି ୮ ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଅନିର୍ଦ୍ଧିଷ୍ଟ କାଳ ପାଇଁ ଲଗାଯାଇଥିଲା। ବର୍ତ୍ତମାନ ଜିଲ୍ଲାରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ କର୍ଫ୍ୟୁ ଉଠାଇ ଦିଆଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.