କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତିା ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା। ସେ ଭାରତର ପ୍ରଗତି ଓ ଗରୀବମାନଙ୍କର ସଶକ୍ତିକରଣ ପାଇଁ କାମ କରୁଛନ୍ତି। ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।

ଅର୍ଥମନ୍ତ୍ରୀ ନିର୍ମଳ ସୀତାରମଣ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଟ୍ୱିଟ କରିଛନ୍ତି ଯେ ଆପଣଙ୍କ ସହଯୋଗ ଓ ଦିଗଦର୍ଶନ ସବୁ ସମୟରେ ପ୍ରେରଣାଦାୟୀ।

ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ସ୍ମୃତି ଇରାନୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥ ମଧ୍ୟ ଅର୍ଥମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

Comments are closed.