ପିପିଲି ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ରୁଦ୍ର ଓ ଅଜିତ୍‍

ପିପିଲି: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡ଼ି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ। ଦଳୀୟ କର୍ମୀଙ୍କ ସହ ଏକ ବିରାଟ ରାଲିରେ ଯାଇ ପୁରୀ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିଛନ୍ତି ରୁଦ୍ର। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ମଧ୍ୟ ଆଜି ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଅଜିତ ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କ ସହ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପୂର୍ବରୁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଥିଲେ।

ସୂଚନାଯୋଗ୍ୟ, ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ ପାଇଁ ଚଳିତ ମାର୍ଚ୍ଚ ୨୩ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ ୨୩ରୁ ୩୦ ମଧ୍ୟରେ ପ୍ରାର୍ଥିପତ୍ର ଦାଖଲ ଓ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଏପ୍ରିଲ ୩ ତାରିଖ ଦିନ ଧାର୍ୟ୍ୟ କରାଯାଇଛି। ତେବେ ମେ’ ମାସ ୨ରେ ଭୋଟ ଗଣତି କରାଯାଇ ସେହିଦିନ ଫଳ ପ୍ରକାଶ ପାଇବ।

Comments are closed.