ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ଵର: ରାଜ୍ୟସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ପଦବୀ ପାଇଁ ହେବାକୁ ଥିବା ଏହି ଉପନିର୍ବାଚନ ଲାଗି ପୃଥକ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁସାରେ, ଆଶାୟୀ ପ୍ରାର୍ଥୀମାନେ ଆସନ୍ତା ୨୫ ତାରିଖ ସୁଦ୍ଧା ନାମାଙ୍କନପତ୍ର ଦାଖଲ କରିବେ। ମଙ୍ଗଳବାରଠାରୁ ପ୍ରାର୍ଥୀମାନଙ୍କ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ଜୁଲାଇ ୫ରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ବିଧାନସଭାରେ ବିଜେଡିର ବିଧାୟକ ସଂଖ୍ୟା ୧୦୦ରୁ ଅଧିକ ଥିବାରୁ ୩ଟି ଯାକ ପଦବୀରେ ବିଜେଡି ପ୍ରାର୍ଥୀ ବିଜୟୀ ହେବା ସ୍ପଷ୍ଟ ହୋଇଛି। ମାତ୍ର ବିଜେଡି କାହାକୁ ଲୋକସଭା ପଠାଇବ ତାହାକୁ ନେଇ ଏବେଠାରୁ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି।

Comments are closed.