ନବବର୍ଷ ଅବସରରେ ସମସ୍ତ ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ / ଭୁବନେଶ୍ୱର : ଆଜି ଓଡିଆ ନବ ବର୍ଷ। ଏହି ଅବସରରେ ସମସ୍ତ ଓଡିଆଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ କରି ଓଡିଆ ନବବର୍ଷ ଓ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ନୂଆବର୍ଷରେ ସଭିଁଙ୍କ ମନସ୍କାମନା ପୂରଣ ହେବା ସହ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।


ସେହିପରି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଓଡିଆ ନବବର୍ଷ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ପାଇଁ ପ୍ରାର୍ଥନା କରିଛନ୍ତି। ଏହାସହ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।

Comments are closed.