www.samajalive.in
Monday, December 15, 2025
26.1 C
Bhubaneswar

ନୂଆ ଓଡିଆ ଚଳଚ୍ଚିତ୍ର ‘ପାରି କରିବେ ଭୋଳା ଶଙ୍କର’ର ଅଡିଓ ରିଲିଜ

ଭୁବନେଶ୍ବର: ଆସନ୍ତା ନଭେମ୍ବରରେ ମୁକ୍ତିଲାଭ କରିବାକୁ ଯାଉଛି ନୂଆ ସିନେମା ‘ପାରି କରିବେ ଭୋଳା ଶଙ୍କର’। ଆଜି ଭୁବନେଶ୍ୱରର ଏକ ତାରକା ହୋଟେଲରେ ଏହାର ଅଡିଓ ରିଲିଜ ହୋଇଛି। ସିନେମାରେ ତିନିଟି ଗୀତ ରହିଥିବା ବେଳେ ଗୀତ ରଚନା କରିଛନ୍ତି ଡ. ନିର୍ମଳ ନାୟକ। ପ୍ରଶାନ୍ତ ପାଢ଼ୀଙ୍କ ବଳିଷ୍ଠ ସଂଗୀତ ନିର୍ଦ୍ଦେଶନାରେ ବିଷ୍ଣୁ ମୋହନ କବି, ଅନ୍ତରା ଚକ୍ରବର୍ତ୍ତୀ, ସତ୍ୟଜିତ, ସୋହିନୀ ମିଶ୍ର, ତାରିକ ଅଜିଜ ଓ ସ୍ୱସ୍ତିକ ପ୍ରମୁଖ କଣ୍ଠଦାନ କରିଛନ୍ତି।

- Advertisement -

ସମ୍ପୂର୍ଣ୍ଣ ପାରିବାରିକ ଚଳଚ୍ଚିତ୍ର ହେଉଛି ‘ପାରି କରିବେ ଭୋଳା ଶଙ୍କର’। ଗାଁର କାହାଣୀକୁ ନେଇ ଆଗେଇଛି ସିନେମା। ନାୟକ ଶଙ୍କର ଉପରେ ରହିଛି ମହାଦେବଙ୍କ ଆଶୀର୍ବାଦ। ପ୍ରତ୍ୟେକ ସୋମବାରରେ ନାୟକ ଶଙ୍କର ଅଦ୍ଭୁତ ଐଶ୍ୱରୀୟ ଶକ୍ତି ପ୍ରାପ୍ତ ହୁଏ। ଯାହା ସାଧାରଣ ମଣିଷ ଭାବିପାରେନି ତାହା ସେ କରିପାରେ। ତେଣୁ ଗାଁର ଛୋଟ ଠୁ ବଡ ସମସ୍ତଙ୍କର ଶଙ୍କର ଅତି ଆପଣାର। ତେବେ ଶଙ୍କରର ଲୋକପ୍ରିୟତାକୁ ସହିପାରନ୍ତିନି ଗାଁ ଜମିଦାର ଅବିନାଶବାବୁ । ଶଙ୍କରର ବିନାଶ ପାଇଁ ଜମିଦାର ଉପାୟ ଚିନ୍ତା କରନ୍ତି। ଜମିଦାରଙ୍କ ଝିଅ ପ୍ରତ୍ନତତ୍ତ୍ୱ ଗବେଷଣାରତ ଥିବା ବେଳେ ସେଇ ଆଳରେ ଗାଁ ମନ୍ଦିର ଜମି ହଡପ କରିବାକୁ ଜମିଦାର ଅବିନାଶ ବାବୁ ଚେଷ୍ଟା କରନ୍ତି। ଯେଉଁଥିରେ ବାଧକ ସାଜେ ଶଙ୍କର। ତେବେ ରୋମାଞ୍ଚ କର କାହାଣୀକୁ ନେଇ ଆଗକୁ ସିନେମା ଗତିଶୀଳ । ଅନ୍ୟାୟର ଆୟୁଷ କେତେ ଓ ଅବିନାଶ – ଶଙ୍କରର ଛକାପଞ୍ଝାର ପରିଣତି କଣ ହେବ ତାହା ସିନେମା ଦେଖିଲେ ଜାଣିହେବ।

‘ପାରି କରିବେ ଭୋଳା ଶଙ୍କର’ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ମୃତ୍ୟୁଞ୍ଜୟ ସାହୁ। ଅଜୟ ରାଉତ ପ୍ରଯୋଜନା କରିଥିବା ବେଳେ କାହାଣୀକାର ଅଛନ୍ତି ଚିନ୍ମୟ ଦାସ ପଟ୍ଟନାୟକ। ଆସନ୍ତା ନଭେମ୍ବର ୬ ତାରିଖ ପବିତ୍ର କାର୍ତ୍ତିକ ମାସ ଶେଷ ସୋମବାର ତଥା ବଡଓଷା ଅବସରରେ ସଂଧ୍ୟା ୬ଟା ୩୦ରେ ଜୀ ସାର୍ଥକରେ ‘ପାରି କରିବେ ଭୋଳା ଶଙ୍କର’ ଦେଖିପାରିବେ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories