ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ସାକ୍ଷାତ କଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୁରୁବାର ଲୋକସଭା ସଚିବାଳୟ ଠାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ଆରୁଖ ଉପଢୌକନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିକୃତି ପ୍ରଦାନ ପୂର୍ବକ ଶ୍ରୀ ବିର୍ଲାଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଓଡ଼ିଶା ବିଧାନସଭାର ଅଧିକାରୀ ଓ କର୍ମଚାରୀମାନଙ୍କୁ ବୈଷୟିକ ଜ୍ଞାନକୌଶଳରେ ଅଧିକ ପ୍ରଶିକ୍ଷିତ କରି ଆଗାମୀ ଦିନରେ ଓଡ଼ିଶା ବିଧାନସଭାକୁ ଦେଶର ଏକ ଆଦର୍ଶ ବିଧାନସଭାରେ ପରିଣତ କରିବା ପାଇଁ କାର୍ଯ୍ୟ ଜାରି ରହିଛି ବୋଲି ବାଚସ୍ପତି ଶ୍ରୀ ଆରୁଖ ଲୋକସଭା ବାଚସ୍ପତିଙ୍କୁ ଅବଗତ କରାଇଥିଲେ। ଲୋକସଭା ବାଚସ୍ପତି ଶ୍ରୀ ବିର୍ଲା ଓଡ଼ିଶା ବିଧାନସଭାର ବିଭିନ୍ନ କାର୍ଯ୍ୟ ଓ ପରିଚାଳନା ବାବଦରେ ଶ୍ରୀ ଆରୁଖଙ୍କୁ ପଚାରି ବୁଝିଥିଲେ । ନିକଟରେ ଶେଷ ହୋଇଥିବା ବଜେଟ ଅଧିବେଶନର ଶାନ୍ତିପୂର୍ଣ୍ଣ ଓ ସୂଚାରୁ ପରିଚାଳନା ନେଇ ଶ୍ରୀ ବିର୍ଲା ଖୁସି ବ୍ୟକ୍ତ କରିବା ସହ ଆଗାମୀ ଦିନରେ ଏପରି କାର୍ଯ୍ୟଧାରା ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ।

Comments are closed.