ଆନ୍ତଃବିଶ୍ବବିଦ୍ୟାଳୟ ପ୍ରତିଯୋଗିତା ସ୍ଥଗିତ ରଖିବାକୁ ଉଚ୍ଚଶିକ୍ଷା ବିଭାଗର ନିର୍ଦେଶ

ଭୁବନେଶ୍ବର: ଶିକ୍ଷାବର୍ଷରୁ ହେବାକୁ ଥିବା ରାଜ୍ୟସ୍ତରୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ଥଗିତ ରଖାଯାଇଛି। ଏନେଇ ବିଭାଗ ପକ୍ଷରୁ ସମସ୍ତ ବିଶ୍ବବିଦ୍ୟାଳୟର କୁଳପତି ଓ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଅବଗତ କରାଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର ଏନେଇ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଫେବୃୟାରୀ ୬ ପର୍ଯ୍ୟନ୍ତ ହେବାକୁ ଥିବା ଆନ୍ତଃ ବିଶ୍ବବିଦ୍ୟାଳୟ ପ୍ରତିଯୋଗିତାକୁ ସ୍ଥଗିତ ରଖାଯାଇଛି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପ୍ରତିଯୋଗିତା ସ୍ଥଗିତ ରହିବ। ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ ପାଇଁ ପାଠ ସହ କ୍ରୀଡ଼ା, କଳା, ସଂସ୍କୃତି ଭଳି ବିଭିନ୍ନ ପ୍ରତିଯୋଗିତା କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଚଳିତ ବର୍ଷ ପ୍ରଥମ ଥର ଏହି ପ୍ରତିଯୋଗିତା ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଥିଲା। ଚଳିତ ବର୍ଷ ପାଇଁ ଏହି ପ୍ରତିଯୋଗିତା ବାବଦ ୧କୋଟି ୮୦ ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁର କରାଯାଇଥିଲା।

Comments are closed.