ନବନିଯୁକ୍ତ ଓଡିଶା କଂଗ୍ରେସ ପ୍ରଭାରୀ ଏ.ଚେଲ୍ଲା କୁମାରଙ୍କୁ କରୋନା

ଭୁବନେଶ୍ଵର : ଓଡିଶା କଂଗ୍ରେସର ନୂଆ ପ୍ରଭାରୀ ଡ. ଏ. ଚେଲ୍ଲା କୁମାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କର କରୋନା ପରୀକ୍ଷା ପରେ ସେ ପଜିଟିଭ୍ ଥିବା ଜଣାପଡିଛି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ  ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ କରୋନା ନମୁନା ଟେଷ୍ଟ କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି । ବର୍ତ୍ତମାନ ସେ ହୋମ୍ ଆଇସୋଲେସନରେ ରହିଛନ୍ତି । ଶୁକ୍ରବାର ତାଙ୍କୁ ଓଡିଶା କଂଗ୍ରେସ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିଲା।


 

Comments are closed.