ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ; ଶହେ ତଳକୁ ଖସିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଶହେ ତଳକୁ ଖସିଲା ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟରେ କରୋନା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହିଥିବାରୁ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ରାଜ୍ୟର ୩ଜିଲ୍ଲା ଓ ଷ୍ଟେଟପୁଲରୁ ଆଜିର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ସମ୍ବଲପୁରରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଓ ଷ୍ଟେଟପୁଲରୁ ଜଣେ ଲେଖାଏ ପଜିଟିଭ୍‌ ରହିଛନ୍ତି । ଅନ୍ୟପଟେ ରାଜ୍ୟରେ ଗୋଟିଏ ଦିନରେ କରୋନାରୁ ୨୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୭ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ରହିଛି ।

 

Comments are closed.