ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ସେହିପରି ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ବର୍ଷର ଜଣେ ସଂକ୍ରମିତ ରହିଛନ୍ତି । ଆଜିର ଚିହ୍ନଟ ୧୨ ପଜିଟିଭଙ୍କ ଭିତରେ ଖୋର୍ଦ୍ଧାରୁ ସର୍ବାଧିକ ୭ଜଣ ଆକ୍ରାନ୍ତ ରହିଥିବା ବେଳେ ଷ୍ଟେଟପୁଲରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ରହିଛନ୍ତି କରୋନା ଆକ୍ରାନ୍ତ । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ରହିଛି ।

Comments are closed.