ରାଜ୍ୟରେ ଆଉ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩ଜଣ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ସେହିପରି ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ବର୍ଷର ଜଣେ ସଂକ୍ରମିତ ରହିଛନ୍ତି । ରାଜ୍ୟର ୩ଜିଲ୍ଳା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ସମସ୍ତ ୯ ପଜିଟିଭ୍‌ । ଆଜିର ଚିହ୍ନଟ ୯ ପଜିଟିଭଙ୍କ ଭିତରେ ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ ଆକ୍ରାନ୍ତ ରହିଥିବା ବେଳେ କଟକରୁ ୩, ସମ୍ବଲପୁର ଓ ଷ୍ଟେଟପୁଲରୁ ଜଣେ ଲେଖାଏ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ରହିଛି ।

Comments are closed.