ରାଜ୍ୟରେ ବଢ଼ୁଛି କରୋନା; ଆଉ ୬୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୫ ଜଣ ରହିଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରରେ ରାଜ୍ୟରୁ ଆଉ ୨୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୮ଜଣ, କଟକରୁ ୭ଜଣ, ସୁନ୍ଦରଗଡ଼ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ୩ଶହ ଟପି ୩୯୧ରେ ପହଞ୍ଚିଛି ।

Comments are closed.