ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଧୀରେ ଧୀରେ କରୋନା ମୃତ୍ୟୁସଂଖ୍ୟା କମୁଥିବା ଦେଖିବାକୁ ମିଳିଛି । ଗତକାଲି କରୋନାରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ୫ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ରିପୋର୍ଟ ଆସିଛି । ଆଜିର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୫ ଜଣଙ୍କ ମୃତ୍ୟୁ ହୋଇଛି । ୫ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧା, କଟକ, ବାଲେଶ୍ୱରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୮ହଜାର ୫୨୫ରେ ପହଞ୍ଚିଛି । ଅନ୍ୟପଟେ ପ୍ରତିଦିନ ରାଜ୍ୟରେ ୮ ହଜାର ଉପରେ ଦୈନିକ କରୋନା ମାମଲା ଚିହ୍ନଟ ହେଉଛନ୍ତି ।

Comments are closed.