ରାଜ୍ୟରେ ଆଉ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ଗଞ୍ଜାମରୁ ୩, ନବରଙ୍ଗପୁର ଓ ଅନୁଗୁଳରୁ ୨ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, କଟକ, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ ହଜାର ୫୯୪କୁ ବୃଦ୍ଧି ପାଇଛି ।

Comments are closed.