ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୪ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ୧୦ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଆଜି ଏହି ସମସ୍ତ ଆକ୍ରାନ୍ତ ୬ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୪ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ୪, ସମ୍ବଲପୁରୁ ୨,  କେନ୍ଦ୍ରାପଡ଼ା ଓ କଟକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳ ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଳାରୁ ମଧ୍ୟ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୦୨ଜଣ ଆକ୍ରାନ୍ତ । ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୭୮ ରହିଛି  ।

 

Comments are closed.