ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଜଣେ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର କେହି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ରାଜ୍ୟର ୨ଜିଲ୍ଲା କଟକ ଓ କେନ୍ଦ୍ରାପଡ଼ାରୁ ଆଜିର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । କଟକରୁ ଜଣେ ଓ କେନ୍ଦ୍ରାପଡ଼ାରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ରାଜ୍ୟରେ ଗୋଟିଏ ଦିନରେ କରୋନାରୁ ୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ୩ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ ରହିଛି ।

Comments are closed.