ଦିନକରେ ଗଲା ୪୭ କରୋନା ସଂକ୍ରମିତଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର, କଟକ, ବରଗଡ଼ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ ଥିବା ବେଳେ ଖୋର୍ଦ୍ଧାରୁ ୪ ଜଣ କରୋନାରେ ପ୍ରାଣ ହରାଇଥିବା ଜଣାଯାଇଛି।

ସେହିପରି ଗଂଜାମ, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, ମୟୁରଭଞ୍ଜ ଓ ନୂଆପଡ଼ାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏଯାବତ ରାଜ୍ୟରେ କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ୩୮୪୮ ଜଣଙ୍କ ମୃତ୍ୟୁ ଘଟିଛି।

Comments
Loading...