ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ୨ଶହ ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ । ଗତକାଲି ସାରା ରାଜ୍ୟରୁ ୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ସାମନ୍ୟ ସଂକ୍ରମଣ ହ୍ରାସ ପାଇଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୯୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୬୮ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୫ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୩୯ ରହିଛି ।

ଗୋଟିଏ ଦିନରେ କରୋନାରୁ ୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୫ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୮, ବରଗଡ଼ରୁ ୨, ଭଦ୍ରକୁ ୧, ବଲାଙ୍ଗୀରରୁ ୧, ବୌଦ୍ଧରୁ ୫, କଟକରୁ ୧୧, ଢ଼େଙ୍କାନାଳରୁ ୨, ଗଜପତିରୁ ୩, ଓ ଯାଜପୁରରୁ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, କୋରାପୁଟ ୧, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୩, ପୁରୀରୁ ୧୩, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୨୨ ଓ ଷ୍ଟେଟପୁଲରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

Comments are closed.