କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ଦୈନିକ କରୋନା ମୃତ୍ୟୁ । ଗତ ୨୪ ଘଣ୍ଟାରେ ଆଉ ୬ଜଣଙ୍କ ଜୀବନ ନେଲା କରୋନା । କଟକରୁ ସର୍ବାଧିକ ୨ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଜଗତସିଂହପୁର, ପୁରୀ ଓ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା ଜନିତ ମୃତ୍ୟୁସଂଖ୍ୟା ୮ହଜାର ୫୦୭କୁ ବୃଦ୍ଧି ପାଇଛି । ସେହିପରି ରାଜ୍ୟରେ ଓମିକ୍ରନ୍‍ଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ହେଲେ ରାଜ୍ୟରେ କରୋନା ସଂକ୍ରମଣରେ ଆଜି ସାମାନ୍ୟ ହ୍ରାସ ଘଟିଛି । ଗତକିଛି ଦିିନର ବ୍ୟବଧାନ ପରେ ରାଜ୍ୟରେ ୧୦ ହଜାର ତଳେ କରୋନା ମାମଲା ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୯ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.