ଆଜି ରାଜ୍ୟରେ ସୁସ୍ଥ ହେଲେ ୬୩ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୩୭୦୦କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୬୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୩୩୭୦୦କୁ ବୃଦ୍ଧି ପାଇଛି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜ ୭, ଝାରସୁଗୁଡ଼ା ୬, ବାଲେଶ୍ବର ୫, କଟକ ୫, ବରଗଡ଼ ୪, ଅନୁଗୁଳ ୩, ବଲାଙ୍ଗିର ୩, କଳାହାଣ୍ଡି ୩, କେନ୍ଦୁଝର ୩, ପୁରୀ ୩, ରାୟଗଡ଼ା ୨ ସମେତ ଖୋର୍ଦ୍ଧା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Comments are closed.