କେନ୍ଦୁଝରରୁ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଆଉଜଣେ କରୋନା ଆନ୍ତ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଆକ୍ରାନ୍ତ ଜଣକ କେନ୍ଦୁଝରର ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ କେନ୍ଦୁଝରରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୫ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ରାଜ୍ୟରେ ୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜଣେ ମୃତ୍ୟୁ ବରଣ କରିଛନ୍ତି ।

Comments are closed.