ଯାଜପୁରରୁ ପୁଣିଜଣେ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୧୭୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ୧୭୯କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଏଥି ସହିତ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ ରାଜ୍ୟରେ କରୋନାରେ ୧୭୯ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୧୧୭ ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.