ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ରାଜ୍ୟରେ ସୁସ୍ଥ ହେଲେଣି ମୋଟ ୬୨

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡ଼ିଛି । ଏହାସହ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୬୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।


ସୂଚନାଯୋଗ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୫୦ହଜାର ୫୧୪ ନମୁନା ପରୀକ୍ଷା କରାଯାଇଥିବା ବେଳ ୨୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୬୨ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଓଡିଶାର ୧୪୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.