ମୟୂରଭଞ୍ଜରୁ ଆଉ ଜଣେ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୨୦୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ପୁଣିଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ମୟୂରଭଞ୍ଜର ହୋଇଥିବା ଜଣାପଡିଛି । ଏହି ଆକ୍ରାନ୍ତ ଜଣଙ୍କୁ ମିଶାଇ ମୟୂରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଥିବା ବେଳେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟ ୨୦୬ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦେଇଛି ।

ସୂଚନାଯୋଗ୍ୟ ଆଜି ସକାଳେ ମୟୂରଭଞ୍ଜ ଜିଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୫୦ହଜାର ୫୧୪ ନମୁନା ପରୀକ୍ଷା କରାଯାଇଥିବା ବେଳ ୨୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୬୨ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଓଡିଶାର ୧୪୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.