ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୩୧ କରୋନା ଆକ୍ରାନ୍ତ । ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଯାଜପୁରରେ ୬୪ ଜଣ କରୋନାରେ ସଂକ୍ରମିତ ହୋଇଥିଲେ। ଆଗରୁ ୨ ଜଣ ସୁସ୍ଥ ହୋଇଥିବାବେଳେ ଆଜି ୩୧କୁ ମିଶାଇ ଜିଲ୍ଲାରେ କରୋନାରେ ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଛି। ଏବେ ବି ୩୧ଟି ଆକ୍ଟିଭ କେଶ ଜିଲାରେ ରହିଛି। ଏମାନେ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ରହିଛି । ଏମାନଙ୍କ ମଧ୍ୟରୁ ୧୧୬ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୩୧୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.