ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୭୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୫ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟ ୭୯ରେ ପହଞ୍ଚିଛି । ଏଥିସହ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦେଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ ହୋଇଥିବା ୭୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥ ହୋଇଥିବା ବେଳେ ୫୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ହୋଇଛି ।

Comments are closed.