ଆଉ ୧୦୧ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୫୪୦ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ରୁ ୭ , ସୁନ୍ଦରଗଡରୁ ୭ ଓ କେନ୍ଦୁଝରରୁ ୨, ଗଞ୍ଜାମରୁ ୫୨, ବାଲେଶ୍ବର ରେ ୩୩ ନୂଆ ପଜିଟିଭ୍ କେସ ରହିଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୦  ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୪୨୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.