ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ । ବୁଧବାର ରାଜ୍ୟର ବିଭିନ୍ନ ଜିଲାରୁ ମୋଟ୍ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ୨୭ ଜଣଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ୯ଜଣ, ଭୁବନେଶ୍ବରରୁ ୮ଜଣ, ଭଦ୍ରକରୁ ୪ଜଣ, ଗଞ୍ଜାମରୁ ୨ଜଣ, ସୁନ୍ଦରଗଡରୁ ୨ଜଣ, କୋରାପୁଟରୁ ଜଣେ ଏବଂ କେନ୍ଦୁଝରରୁ ଜଣେ ରହିଛନ୍ତି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 

Comments are closed.