ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ, ରାଜ୍ୟରେ ସୁସ୍ଥ ହେଲେଣି ମୋଟ୍ ୧୫୮ ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଉ ୧୫କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୮କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୯, ଭୁବନେଶ୍ୱରରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଗଂଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨-୨ ଓ କୋରାପୁଟ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସଚାର୍ଜ ହୋଇଥିଲେ ।

ଆଜି ସାକଳେ ରାଜ୍ୟରେ ୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଯାହା ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ ରହିଥିଲା । ଏହାପରେ କେନ୍ଦ୍ରାପଡା ଜିଲାରୁ ପୁଣି ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଯାହା ଦ୍ବାରା ରାଜ୍ୟରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୬୨୪ରେ ପହଞ୍ଚିଥିଲା ।

ଏଠାରେ ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୮ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ବର୍ତ୍ତମାନ ୪୬୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

 

Comments are closed.